ରାମ ନବମୀ – ଦେବବ୍ରତ ବାରିକ

ଲେଖକ ପରିଚୟ

ଦେବବ୍ରତ ବାରିକ
ଆନନ୍ଦପୁର, କେଉଁଝର, ଓଡିଶା | ସଦ୍ୟ ପୋଷ୍ଟ

ଅନ୍ୟ ଲେଖାଗୁଡ଼ିକ ପଢନ୍ତୁ

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ। ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଦଶରଥ ଥିଲେ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କରିଥିଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ ଆଜ୍ଞା ଦେଇଥିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଚାଲିଗଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ସହ୍ୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକା ଦେଖି ତାଙ୍କର ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
( The End )
ପତିବ୍ର ରାମ ନବମୀ ଉପଲକ୍ଷେ ଅନେକ ଶୁଭେଚ୍ଛା ଓ ଶୁଭକାମନା.. ଜୟ ଶ୍ରୀ ରାମ

ଦେବବ୍ରତ ବାରିକ
ସମ୍ପାଦକ :ପ୍ରୀତି ପ୍ରଣତି
ଆନନ୍ଦପୁର, କେନ୍ଦୁଝର
ମୋ 9348779394


HTML tutorial
ଆପଣଙ୍କ କମେଣ୍ଟ ଉତ୍ତର ପାଇବାକୁ ସବ୍ସକ୍ରାଇବ କରନ୍ତୁ
ମତେ ଜଣାନ୍ତୁ
guest
0 କମେଣ୍ଟ
ଇନଲାଇନ ଫିଡବ୍ୟାକ
ସମସ୍ତ କମେଣ୍ଟ ଦେଖନ୍ତୁ